ପଦ୍ମନାଭପୁର ହାଇସ୍କୁଲ ରେ ବାର୍ଷିକୋତ୍ସବ ପାଳିତ

Feb 7, 2026 - 22:17
 0  2
ପଦ୍ମନାଭପୁର ହାଇସ୍କୁଲ ରେ ବାର୍ଷିକୋତ୍ସବ ପାଳିତ

ଦିଗପହଣ୍ଡି,୭|୨(ବିଜୟ କୁମାର ପ୍ରଧାନ) ଫାଷ୍ଟ୍ ଓଡିଶା : ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲ ର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି।ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜ ମୁଖ୍ୟଅତିଥି, ଭାବେ ଯୋଗଦେଇଥିଲେ।ବ୍ଲକ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝି, ବିଶ୍ରବା ପାଇକ,ସ୍କୁଲ ପରିଚାଳନା କମିଟି ସଭାପତି ରମେଶ ପାତ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଦ୍ଵିତୀୟାର୍ଦ୍ଧ କାର୍ଯ୍ୟକ୍ରମରେ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ,ପଦ୍ମନାଭ ପୁର ପଞ୍ଚାୟତ ସରପଞ୍ଚ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ଅତିଥିଭାବେ ଯୋଗଦେଇଥିଲେ। ଛାତ୍ର ଛାତ୍ରୀ ମାନେ ଶୃଙ୍ଖଳିତ ହେବାସହ ନିଜ ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରି ବିଦ୍ୟାଧୟନ ରେ ମନୋନିବେଶ କରିବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଥିଲେ। କ୍ରୀଡା ଶିକ୍ଷକ ଏମ. ଶୁକ୍ରୁ ରେଡ୍ଡୀ ଙ୍କ ସଂଯୋଜନାରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିବୃନ୍ଦ ପ୍ରମାଣପତ୍ର ଓ ପୁରସ୍କାର ବଣ୍ଟନ କରିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଅତିଥି ମାନେ ଉପଢୌକନ ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଅଭିଭାବକ ଉପସ୍ଥିତ ଥିଲେ।ହାଇସ୍କୁଲ ର ସମସ୍ତ  ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। 

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0